🗂 Art & Culture | 🕒 25 Jun 2026, 15:38 IST
ପୁରୀ ୨୫/୬ : ଆଜି ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଋକ୍ମଣୀ ହରଣ ଓ ବିବାହ ଉତ୍ସବ ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୧ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଆଜି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଏକାଦଶୀ ପାଳନ ହେବ। ବୁଧବାର ମହାପ୍ରଭୁଙ୍କର ରାଜେନ୍ଦ୍ରାଭିଷେକ ବେଶ ନୀତି ସମ୍ପର୍ଣ୍ଣ ହୋଇଛି। ଆଜି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ପାଇଁ ବନ୍ଦ ରହିବ ଦର୍ଶନ। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ। ସକାଳ ଧୂପ ପୂଜା ବସିବା ସମୟରେ ଦକ୍ଷିଣୀ ଘରେ ମଦନମୋହନଙ୍କ ବେଶ ହେବ। ଏହାପରେ ମଦନମୋହନ ରତ୍ନ ସିଂହାସନକୁ ବିଜେ ହେବେ। ଭୋଗ ମଣ୍ଡପ ଶେଷ ପରେ ମଦନମୋହନ ମହାପ୍ରଭୁଙ୍କଠାରୁ ଆଜ୍ଞା ମାଳ ପାଇ ଜୟବିଜୟ ଦ୍ୱାରକୁ ବିଜେ କରିବେ ।
No comments yet.