🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ଅଣବସରର ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରୀ। - NILACHALA SAMACHAR
Article Image

ଅଣବସରର ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରୀ।

🗂 Local | 🕒 24 Jun 2025, 15:04 IST


ପୁରୀ ଅଣବସରର ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ଚୋରୀ। ଗାରଦ ଘରୁ ଚୋରୀ କରିନେଲେ ଅମୁଣିଆ ମୋଦକ। ଶ୍ରୀମନ୍ଦିର ଗାରଦରେ ଜମାଥିବା ଦଶମୂଳ ମୋଦକ ଚୋରି ଅଭିଯୋଗ। ରାଜବୈଦ୍ୟ ଦେଇଥିବା ସମୁଦାୟ 313ଟି ଅମୁଣିଆ ମୋଦକରୁ 70ଟି କମ୍ ଥିବା ଦେଖିବାକୁ ମିଳିଥିଲା। ଅଣବସର ଏକାଦଶୀରେ ଅର୍ଥାତ ଗତ 21 ତାରିଖ ରାତିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ଦଶମୂଳ ମୋଦକ ଲାଗି ହେବାର ବିଧି ଥିବାବେଳେ 70ଟି କମ୍ ଥିବା ଦେଖିବାକୁ ମିଳିଥିଲା। ତେବେ ମାରା ହୋଇଯାଇଥିବା ମୋଦକକୁ କିଭଳି ମହାପ୍ରଭୁଙ୍କୁ ଭୋଗ ସମର୍ପିତ କରାଗଲା ଏହି ଅପରାଧ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି କଲେ ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର

💬 Leave a Comment

🗨️ Approved Comments

No comments yet.

🔗 Share this article: