🗂 Art & Culture | 🕒 30 Jul 2025, 15:14 IST
ପୁରୀ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ବୁଧବାର ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଏହା ଏକ ଗୁପ୍ତ ନୀତି ହୋଇଥିବାରୁ, ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ଧରି ଶ୍ରୀମନ୍ଦିରର ସମସ୍ତ ଚାରି ଦ୍ବାର ସମ୍ପୂର୍ଣ୍ଣ ବନ୍ଦ ରହେ ।
No comments yet.