ବଳଙ୍ଗା ନାବାଳିକାଙ୍କୁ ଦିଆଗଲା କବର: ବାୟାବର ଗାଁରେ ସମୂହ ନମାଜ ପାଠ ପରେ ଶେଷକୃତ୍ୟ ସମ୍ପନ୍ନ - NILACHALA SAMACHAR
Article Image

ବଳଙ୍ଗା ନାବାଳିକାଙ୍କୁ ଦିଆଗଲା କବର: ବାୟାବର ଗାଁରେ ସମୂହ ନମାଜ ପାଠ ପରେ ଶେଷକୃତ୍ୟ ସମ୍ପନ୍ନ

🗂 Local | 🕒 04 Aug 2025, 12:32 IST

ପୁରୀ ବଳଙ୍ଗା ପୀଡ଼ିତାଙ୍କୁ ଦିଆଗଲା କବର । ସମୂହ ନମାଜ ପାଠ ପରେ ବୟାବର ଗାଁରେ ପହଞ୍ଚି ସମ୍ପର୍କୀୟଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ। ଗାଁରେ ଚାଲିଛି ସମୂହ ନମାଜ ପାଠ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନମାଜ ପାଠରେ ସାମଲ ହୋଇଛନ୍ତି । କିଛି ସମୟ ମଧ୍ୟରେ ଶେଷକୃତ୍ୟ କରାଯିବ । ଗାଁରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । ମୁସଲିମ୍ ପ୍ରଥା ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଉଛି । ଗତକାଲି ରାତିରେ ଦିଲ୍ଲୀରୁ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ପୀଡ଼ିତାଙ୍କ ଗାଁ ବାୟାବରକୁ ମୃତଦେହ ନିଆଯାଇଛି । ସ୍ବତନ୍ତ୍ର କାରକେଡ ଜରିଆରେ କଡା ସୁରକ୍ଷାରେ ଭୁବନେଶ୍ବରୁ ବଳଙ୍ଗା ନିଆଯାଇଛି । ବିମାନ ବନ୍ଦରରେ ପହଞ୍ଚିବା ପରେ ବିଭିନ୍ନ ରାଜନୈତିକ ଦଳର ନେତା ପୀଡ଼ିତାଙ୍କୁ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ ପହଞ୍ଚି ପରିବାର ଲୋକଙ୍କୁ ସାନ୍ତ୍ବନା ଦେଇଥିଲେ । ହସ୍ପିଟାଲ ବେଡରେ ୧୫ଦିନ ଧରି ମୃତ୍ୟୁ ସହ ଲଢ଼େଇ କରି କରି ନାବାଳିକା ଜଣଙ୍କର ମୃତ୍ୟୁ ହୋଇଛି । ପ୍ରଥମ ଦିନରୁ ତାଙ୍କୁ ତିନି ଜଣ ଜାଳି ଦେଇଥିବା ପୀଡ଼ିତା କହିଥିଲେ । 



ପୀଡ଼ିତାଙ୍କ ବୟାନ ଆଧାରରେ ପରିବାର ଲୋକ ଥାନାରେ ଏତଲା ଦେଇଥିଲେ। ତିନି ଦୁବୃର୍ତ୍ତ ଝିଅର ମୁହଁରେ ରୁମାଲ ବାନ୍ଧି ଅଚେତ କରି କିରୋସିନ୍ ଢ଼ାଳି ନିଆଁ ଲଗାଇ ମାରିଦେବାକୁ ଉଦ୍ୟମ କରିଥିଲେ ବୋଲି ଦର୍ଶାଯାଇଥିଲା। ପୁଲିସ ସେହି ଆଧାରରେ ତଦନ୍ତ ଆରମ୍ଭ କରିଥିଲା। ଡିଜି ନିଜେ ଯାଇ ପରିବାର ଲୋକଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚୁରା କରିଥିଲେ। ଭୁବନେଶ୍ବର ଏମ୍ସରେ ମାଜିଷ୍ଟ୍ରେଟଙ୍କ ସାମନାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା। ତାପରେ ଦିଲ୍ଲୀ ଏମ୍ସରେ ତଦନ୍ତକାରୀ ପୁଲିସ ଅଧିକାରୀ ବୟାନ ରେକର୍ଡ କରିଥିଲେ। କିନ୍ତୁ ଏବେ ପୁଲିସ କହିଛି ଏହି ଘଟଣାରେ କାହାର ସମ୍ପୃକ୍ତି ଥିବା ଜଣାପଡିନାହିଁ। ଯାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି।


💬 Leave a Comment

🗨️ Approved Comments

No comments yet.

🔗 Share this article: