🗂 Local | 🕒 15 Aug 2025, 13:07 IST
ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଜନ୍ମାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ବାଲୁକାକଳାରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଏକ ସୁନ୍ଦର ଛବି ତିଆରି କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସାରା ଦେଶରେ ଜନ୍ମାଷ୍ଟମୀ ଅତି ଆନନ୍ଦ ଉଲ୍ଲାସର ସହ ପାଳନ କରାଯାଇଥାଏ । ଆଜି ମଧ୍ୟ ରାତ୍ରିରେ ଜନ୍ମ ଗ୍ରହଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ଏଥିପାଇଁ ଉତ୍ସବ ମୁଖର ହୋଇଉଠିଛି ଗାଁ ଠୁ ସହର ।
No comments yet.