ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ। - NILACHALA SAMACHAR
Article Image

ଆଜି ମହାପ୍ରଭୁଙ୍କ କାଳୀୟଦଳନ ବେଶ।

🗂 Art & Culture | 🕒 19 Aug 2025, 16:27 IST

ପୁରୀ ଆଜି ଭାଦ୍ରବ କୃଷ୍ଣ ପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ | ଗତକାଲି ଠାକୁରଙ୍କ ବଣଭୋଜି ବେଶ, କୋଳିବିକା, ବକାସୁର ଓ ଅର୍ଘ୍ୟଆସୁର ବଧ ନିତି ଅନୁଷ୍ଠିତ ହୋଇଥିଲା | ମହାପ୍ରଭୁ ବାଳଗୋପାଳ ଓ ବଡ଼ଠାକୁର ବଳରାମ ବେଶ ହୋଇଥିଲେ | କିନ୍ତୁ ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ  ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା କରି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରିବେ | ସେଠାରେ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ ମହାପ୍ରଭୁଙ୍କ କାଳୀୟଦଳନ ଲୀଳା ସମାପନ ହେବ | ପରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ମହାପ୍ରଭୁ ବାହୁଡା ବିଜେ କରିବା ପରେ ଜୟବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ନୀତି ବଢିବା ପରେ ଠାକୁର ଦକ୍ଷିଣୀ ଘରକୁ ବିଜେ କରିବେ । ଏହାପରେ ଅନ୍ୟାନ୍ୟ ନୀତି ବଢିବା ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସଜ୍ଜିତ କରାଯିବ ।


💬 Leave a Comment

🗨️ Approved Comments

No comments yet.

🔗 Share this article: