🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ - NILACHALA SAMACHAR
Article Image

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

🗂 Local | 🕒 15 Dec 2025, 22:50 IST


ପୁରୀ ୧୫/୧୨ ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି ପିପିଲି ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହରା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୨୨ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୧୭ ଗୋଟି ବ୍ୟକ୍ତିଗତ,୫ଗୋଟି ଗ୍ରାମ ସମ୍ବନ୍ଧୀୟ ଅଭିଯୋଗ ରହିଥିଲା। ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ବିଡ଼ିଓ ସରୋଜ କୁମାର ରାଉତ ,ତହସିଲଦାର ହୃଷିକେଶ ତ୍ରିପାଠୀ,ଡେପୁଟି କଲେକ୍ଟର ଅନୁସ୍ରବ ଗନ୍ତାୟତ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୧୫ ତାରିଖରେ ୨୨ ତାରିଖରେ ଡେଲାଙ୍ଗ ବ୍ଲକ ଓ ୨୯ ତାରିଖରେ ଗୋପ ବ୍ଲକ ସମ୍ମିଳନୀ ଗୃହରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଅଭିଯୋଗ ପ୍ରକୋଷ୍ଠ ସୂତ୍ରରୁ ପ୍ରକାଶ।

💬 Leave a Comment

🗨️ Approved Comments

No comments yet.

🔗 Share this article: