🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ - NILACHALA SAMACHAR
Article Image

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

🗂 Local | 🕒 22 Dec 2025, 20:17 IST


ପୁରୀ ୨୨/୧୨ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି ଡେଲାଙ୍ଗ ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହରା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୬୫ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୫୭ ଗୋଟି ବ୍ୟକ୍ତିଗତ,୮ ଗୋଟି ଗ୍ରାମ ସମ୍ବନ୍ଧୀୟ ଅଭିଯୋଗ ରହିଥିଲା।ତତକ୍ଷଣାତ ୭ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ଅତିରିକ୍ତ ଏସ ପି ସଚିନ ପଟେଲ, ବିଡ଼ିଓ କ୍ଷିତିଶ କୁମାର ବେହେରା ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୨୯ ତାରିଖରେ ଗୋପ ବ୍ଲକ ସମ୍ମିଳନୀ ଗୃହରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଅଭିଯୋଗ ପ୍ରକୋଷ୍ଠ ସୂତ୍ରରୁ ପ୍ରକାଶ।

💬 Leave a Comment

🗨️ Approved Comments

No comments yet.

🔗 Share this article: