🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ଜଗା ଦର୍ଶନ ହେଲା ଶେଷ ଦର୍ଶନ, ପରିକ୍ରମା ମାର୍ଗରେ ଚାଲିଗଲା ଜଣେ ଭକ୍ତଙ୍କ ଜୀବନ - NILACHALA SAMACHAR
Article Image

ଜଗା ଦର୍ଶନ ହେଲା ଶେଷ ଦର୍ଶନ, ପରିକ୍ରମା ମାର୍ଗରେ ଚାଲିଗଲା ଜଣେ ଭକ୍ତଙ୍କ ଜୀବନ

🗂 Local | 🕒 29 Jan 2026, 17:09 IST

ପୁରୀ ୨୯/୧ : ଜଗା ଦର୍ଶନ ହେଲା ଶେଷ ଦର୍ଶନ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପରେ ଉତ୍ତର ଦ୍ବାର ନିକଟ ପରିକ୍ରମା ମାର୍ଗରେ ଚାଲିଗଲା ଜଣେ ଭକ୍ତଙ୍କ ଜୀବନ । ମୃତ ଭକ୍ତ ହେଲେ ଅଗରତାଲା ନର୍ଥ ତ୍ରିପୁରାର ୭୨ ବର୍ଷୀୟ ଅମିତ ରଞ୍ଜନ କର । ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଅମିତଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର।


ପରିବାର ଲୋକଙ୍କ ସହ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଜି ଶ୍ରୀମନ୍ଦିର ଆସିଥିଲେ ଅମିତ୍ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସାରି ଫେରିବା ପରେ ଉତ୍ତର ଦ୍ବାର ନିକଟ ପରିକ୍ରମା ମାର୍ଗରେ ବସିଥିଲେ। ହଠାତ୍ ତାଙ୍କ ଶରୀର ଅସୁସ୍ଥ ହେବା ଯୋଗୁଁ ସେ ଟଳି ପଡ଼ିଥିଲେ। ପରିବାର ଲୋକେ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରାଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିବା ବେଳେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ ।


💬 Leave a Comment

🗨️ Approved Comments

No comments yet.

🔗 Share this article: