🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ - NILACHALA SAMACHAR
Article Image

ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

🗂 Art & Culture | 🕒 05 Mar 2026, 11:36 IST

ପୁରୀ ୫/୩ : ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।


💬 Leave a Comment

🗨️ Approved Comments

No comments yet.

🔗 Share this article: