🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌     🔴 Breaking news : ପୁରୀବାସୀଙ୍କ ପାଇଁ ଖୁସି ଖବର, ଅନ୍ତର୍ଜାତୀୟ ବିମାନବନ୍ଦରକୁ ଗ୍ରୀନ୍ ସିଗ୍‌ନାଲ୍‌    
ବେଆଇନ ମଦ ବିକ୍ରୟ ଓ ଅବୈଧ କାର୍ଯ୍ୟକଳାପ ଉପରେ କଡା କାର୍ଯ୍ୟାନୁଷ୍ଠାନ - NILACHALA SAMACHAR
Article Image

ବେଆଇନ ମଦ ବିକ୍ରୟ ଓ ଅବୈଧ କାର୍ଯ୍ୟକଳାପ ଉପରେ କଡା କାର୍ଯ୍ୟାନୁଷ୍ଠାନ

🗂 Crime | 🕒 07 Mar 2026, 01:45 IST


ପୁରୀ, ୬/୩ : ଜିଲ୍ଲାରେ ବେଆଇନ ମଦ ବିକ୍ରୟ ଓ ଅବୈଧ କାର୍ଯ୍ୟକଳାପ ଉପରେ କଡା କାର୍ଯ୍ୟାନୁଷ୍ଠାନ ଜାରି ରଖିବା ପାଇଁ ପୁରୀ ଜିଲ୍ଲା ପୋଲିସ ପକ୍ଷରୁ ନିୟମିତ ଭାବରେ ଅଭିଯାନ ଚାଲୁ ରହିଛି। ଏହି ପରିପ୍ରେକ୍ଷୀରେ ପୁରୀ ଏସ୍ପି ଶ୍ରୀ ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ବେଆଇନ ମଦ ବିକ୍ରି କରୁଥିବା ଏକ ବ୍ୟକ୍ତି ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଜି ସତ୍ୟବାଦୀ ଥାନା ଅଧୀନ ରାୟଚକ୍ରଧରପୂର ଗ୍ରାମ ନଦୀବନ୍ଧ ଅଞ୍ଚଳରେ ଥିବା ସରକାରୀ ଜମି ଉପରେ ବେଆଇନ ଭାବରେ ଘର ଓ ଦୋକାନ ନିର୍ମାଣ କରି ମଦ ବିକ୍ରୟ କରୁଥିବା ଅଭିଯୋଗରେ ଗୃହ ଉଚ୍ଛେଦ କାର୍ଯ୍ୟକ୍ରମ ଚାଲାଯାଇଛି। ଏହି କାର୍ଯ୍ୟକ୍ରମ ପୋଲିସ ଏବଂ ତହସିଲ ପ୍ରଶାସନଙ୍କ ଉପସ୍ଥିତିରେ ସଫଳତାର ସହ କରାଯାଇଛି। ଉକ୍ତ ବ୍ୟକ୍ତି ହେଲେ ରାୟଚକ୍ରଧରପୂର ଗ୍ରାମର ପ୍ରଦୀପ କୁମାର ଭୋଇ । ସେ ସରକାରୀ ଜମି ଉପରେ ଅବୈଧ ଭାବରେ ଘର ଓ ଦୋକାନ ତିଆରି କରି ଦୀର୍ଘଦିନ ଧରି ବେଆଇନ ଭାବରେ ମଦ ବିକ୍ରୟ କରୁଥିବା ନେଇ ଅଭିଯୋଗ ଥିଲା। ଏହି ସୂଚନା ମିଳିବା ପରେ ପୁରୀ ଏସ୍ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ସତ୍ୟବାଦୀ ଥାନା ପୋଲିସକୁ ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ତହସିଲ ପ୍ରଶାସନ ସହ ସମନ୍ୱୟ କରି ସରକାରୀ ଜମି ଉପରେ ହୋଇଥିବା ଅବୈଧ ନିର୍ମାଣକୁ ଉଚ୍ଛେଦ କରାଯାଇଛି।ପ୍ରଦୀପ କୁମାର ଭୋଇ ବିରୋଧରେ ପୂର୍ବରୁ ବେଆଇନ ମଦ ବିକ୍ରୟ ସମ୍ପର୍କିତ ୬ଟି ମାମଲା ରହିଛି। ତଥାପି ସେ ପୁଣିଥରେ ବେଆଇନ କାର୍ଯ୍ୟରେ ଜଡିତ ହୋଇଥିବାରୁ ଏହି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

💬 Leave a Comment

🗨️ Approved Comments

No comments yet.

🔗 Share this article: